Regd. No: OD-12-0027005
ଜନତା ର ସ୍ବର , ଆମର କର୍ତ୍ତବ୍ୟ
bikramodishanews.pozecon.com
ଭୁବନେଶ୍ୱର, 22/07/2025, ବିକ୍ରମ ଓଡ଼ିଶା ନିୟୁଜ: ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନ ନିଲମ୍ବିତ, ଅଭିଯୋଗ ଆସିବା ପରେ କାର୍ଯ୍ୟାନୁଷ୍ଠନ
ଭୁବନେଶ୍ୱର :(ସମୀର ରଞ୍ଜନ ନାୟକ )ଉଦିତ ପ୍ରଧାନ ନିଲମ୍ବିତ । ଦୁଷ୍କର୍ମ ଅଭିଯୋଗରେ ଗିରଫ ପରେ କାର୍ଯ୍ୟାନୁଷ୍ଠାନ । ଛାତ୍ର କଂଗ୍ରେସ ସଭାପତି ପଦରୁ ନିଲମ୍ବିତ । ନିଲମ୍ବନ କଲେ ଜାତୀୟ ଯୁବ କଂଗ୍ରେସ ସଭାପତି । ଛାତ୍ରୀଙ୍କୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ ଅଭିଯୋଗ ହୋଇଥିଲା । ଉଦିତ ପ୍ରଧାନକୁ ଗିରଫ କରିଛି ମଞ୍ଚେଶ୍ୱର ଥାନା ପୋଲିସ ।ମିଳିଥିବା ଖବର ଅନୁଯାଇ ଯେ ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ । ଜଣେ ଛାତ୍ରୀଙ୍କୁ କୋଲ୍ଡଡ୍ରିଙ୍କ୍ସ୍ରେ ନିଶା ଦ୍ରବ୍ୟ ଦେଇ ଏକ ହୋଟେଲରେ ବଳ ପୂର୍ବକ ଦୁଷ୍କର୍ମ କରିଥିବା ଅଭିଯୋଗରେ ବନ୍ଧା ହେଲେ ଉଦିତ । ଏନେଇ ଛାତ୍ରୀ ଜଣକ ମଞ୍ଚେଶ୍ୱର ଥାନାରେ FIR ଦେଇଛନ୍ତି । ଏତଲା ମୁତାବକ, ଓଡ଼ିଶା ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ତାଙ୍କୁ ଥଣ୍ଡା ପାନୀୟରେ ମଦ ମିଶାଇ ପିଇବାକୁ ଦେଇଥିଲେ । ଏହାପରେ ତାଙ୍କ ସହ ଏକ ହୋଟେଲ ରୁମ୍ରେ ଦୁଷ୍କର୍ମ କରିଛନ୍ତି । ଏହି ଅଭିଯୋଗ ଆଧାରରେ ମଞ୍ଚେଶ୍ୱର ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି ଓ ଅଭିଯୁକ୍ତ ଉଦିତ ପ୍ରଧାନଙ୍କୁ ଗିରଫ କରିଛି ।