Ads Left
Ads Right
Regd. No: OD-12-0027005
ଜନତା ର ସ୍ବର , ଆମର କର୍ତ୍ତବ୍ୟ
bikramodishanews.pozecon.com

ମା ରମାଦେବୀ ଚୌଧୁରୀଙ୍କ ଶ୍ରାଦ୍ଧ ଦିବସ ପାଳିତ 1

ତିର୍ତୋଲ, 23/07/2025, ବିକ୍ରମ ଓଡ଼ିଶା ନିୟୁଜ: ମା ରମାଦେବୀ ଚୌଧୁରୀଙ୍କ ଶ୍ରାଦ୍ଧ ଦିବସ ପାଳିତ
Article Image
ଜଗତସିଂହପୁର /ତିର୍ତୋଲ ୨୨.୦୭.୨୦୨୫ ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ପୌର ପରିଷଦ ର ମିଳିତ ଆନୁକୁଲ୍ୟରେ ମା ରମାଦେବୀ ଚୌଧୁରୀ ଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ପୌର ପରିଷଦ ପରିସର ରେ ଥିବା ତାଙ୍କ ପ୍ରତିମୂର୍ତ୍ତି ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ ପୁଷ୍ପ ମାଲ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ଏହି ଅବସର ରେ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ , ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ, ପୌର ନିର୍ବାହୀ ଅଧିକାରୀ ଶ୍ରୀମତୀ ସୀମା ଜେନା,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ପ୍ରତିଚୀ ତନୟା ମହାନ୍ତି, ୯ ନମ୍ବର ୱାର୍ଡ ପାରିଷଦ ଶ୍ରୀ ଜଗଦା ନନ୍ଦ ପଢ଼ିହାରି, ପୌର ପରିଷଦର କର୍ମକର୍ତ୍ତା ପ୍ରମୁଖ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ଶ୍ରୀବତ୍ସ ପାଢ଼ୀ, ଙ୍କ ରିପୋର୍ଟ