Ads Left
Ads Right
Regd. No: OD-12-0027005
ଜନତା ର ସ୍ବର , ଆମର କର୍ତ୍ତବ୍ୟ
bikramodishanews.pozecon.com

କୁଖ୍ୟାତ ନିଶା ବେପାରୀ ସରୋଜ ବେହେରା ଗିରଫ ୬୩ ଗ୍ରାମ ହେରୋଇନ ସହ ବାଇକ ଜବତ 1

ଜଗତସିଂହପୁର, 20/11/2025, ବିକ୍ରମ ଓଡ଼ିଶା ନିୟୁଜ: କୁଖ୍ୟାତ ନିଶା ବେପାରୀ ସରୋଜ ବେହେରା ଗିରଫ
Article Image
୬୩ ଗ୍ରାମ ହେରୋଇନ ସହ ବାଇକ ଜବତଜଗତସିଂହପୁର, ତା ୨୦/୧୧/୨୫:ଜଗତସିଂହପୁର ଥାନା ଅନ୍ତର୍ଗତ ତର୍ତ୍ତଙ୍ଗ ଅଞ୍ଚଳର ଜଣେ ନିଶା ମାଫିଆଙ୍କୁ ଗିରଫ କରିଛି ଜଗତସିଂହପୁର ଅବକାରୀ ଭ୍ରାମ୍ୟମାଣ ସଂସ୍ଥା। ଯାଞ୍ଚ ପରେ ତାଙ୍କ ପାଖରୁ ୬୩ ଗ୍ରାମର ହେରୋଇନ୍, ଏକ ଆଣ୍ଡ୍ରଏଡ ଫୋନ ଏବଂ ନିଶା ବେପାରରେ ବ୍ୟବହାର ହେଉଥିବା ବଜାଜ ଡିସ୍କଭର ମୋଟର ସାଇକେଲ ଜବତ କରାଯାଇଛି। ସୂଚନାଯୋଗ୍ଯ ଯେ, ତର୍ତ୍ତଙ୍ଗ ଗ୍ରାମର ସରୋଜ କୁମାର ବେହେରା ଦୀର୍ଘ ଦିନ ଧରି ଆଖପାଖ ଅଞ୍ଚଳରେ ହେରୋଇନ୍ ବେପାର କରୁଥିବା ବେଳେ ତାକୁ ଧରିବା ପାଇଁ ଅବକାରୀ ବିଭାଗ ବହୁବାର ଜାଲ ବିଛାଇ ଥିଲା। ସବୁଥର ଭଳି ଅବକାରୀ ବିଭାଗକୁ ଚକମା ଦେଇ ଖସିଯାଉଥିବାବେଳେ ଅନେକ କସରତ୍ ପରେ ଆଜି କିନ୍ତୁ ତାଙ୍କୁ ଅବକାରୀ ବିଭାଗ କାବୁ କରିନେଇଥିଲା। ଗତ କାଲି ଜିଲ୍ଲା ଅବକାରୀ ଭ୍ରାମ୍ୟମାଣ ସଂସ୍ଥା ଦ୍ବାରା ଗିରଫ ହୋଇଥିବା ଅଭିଯୁକ୍ତ ପ୍ରଶାନ୍ତ ସ୍ବାଇଁଙ୍କ ଠାରୁ ସରୋଜଙ୍କ ସର୍ମ୍ପକରେ ତଥ୍ଯ ବାହାର କରିଥିଲେ ଇନ୍ସପେକ୍ଟର ପ୍ରଭାସ କୁମାର ଚୌଧୁରୀ। ଗ୍ରାହକଙ୍କୁ ଯୋଗାଣ ଉଦ୍ଦେଶ୍ଯରେ ସେ ଆଜି ହେରୋଇନ୍ ରଖିଥିବାର ସୂଚନା ପାଇବା ପରେ ଜଗତସିଂହପୁର ଅବକାରୀ ଭ୍ରାମ୍ୟମାଣ ସଂସ୍ଥାର ସବ୍-ଇନ୍ସପେକ୍ଟର ଭାଗ୍ୟଲକ୍ଷ୍ମୀ ଦଳାଇ, ଏ ଏସ୍ ଆଇ ସନ୍ତୋଷ ନାୟକ, ଏ ଏସ୍ ଆଇ ପିନାକୀ ରାଉତରାୟ, କନଷ୍ଟେବଳ ସବିତା ନାୟକ, ସୁକାନ୍ତ ମାଝୀ, ଅନୋରାଗ ସୂର୍ଯ୍ୟବଂଶୀ, ମହେନ୍ଦ୍ର ରାଉତ ଙ୍କୁ ନେଇ ଏକ ଟିମ ଗଠନ ହୋଇଥିଲା ଯାହାର ନେତୃତ୍ବ ନେଇଥିଲେ ଇନ୍ସପେକ୍ଟର ପ୍ରଭାସ କୁମାର ଚୌଧୁରୀ। ଗ୍ରାହକ ବେଶରେ ଅଭିଯୁକ୍ତଙ୍କ ସହ ସମ୍ପର୍କ କରିଥିଲେ ଜଗତସିଂହପୁର ଅବକାରୀ ଭ୍ରାମ୍ୟମାଣ ସଂସ୍ଥାର କର୍ମଚାରୀ ଏବଂ ଡିଲ୍ ବେଳେ ଅଭିଯୁକ୍ତଙ୍କୁ ମାଡିବସିଥିଲେ। ଗିରଫ ଅଭିଯୁକ୍ତ ଜଣକ ହେଲେ ସରୋଜ କୁମାର ବେହେରା। ଜବତ ହେରୋଇନ୍ ସହ ବାଇକ ର ଆନୁମାନିକ କଳାବଜାରୀ ମୂଲ୍ଯ ପ୍ରାୟ ୭,୦୦,୦୦୦ ଟଙ୍କା ହେବ। ଅଭିଯୁକ୍ତଙ୍କ ବିରୁଦ୍ଧରେ ଏନ୍ ଡି ପି ଏସ୍ ଆକ୍ଟ ୧୯୮୫ ଅନୁସାରେ ମାମଲା ରୁଜ୍ଜୁ କରାଯାଇ ଜିଲ୍ଲା ଦୌରାଜଜ ଜଗତସିଂହପୁରଙ୍କ ନିକଟରେ ହାଜର କରାଯାଇଥିବା ବେଳେ ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର କରି ୧୪ଦିନିଆ ବିଚାର ବିଭାଗୀୟ ହାଜତ୍ କୁ ପଠାଯାଇଛି। ଜଗତସିଂହପୁର ଅଞ୍ଚଳରେ ହେରୋଇନ୍ ବ୍ୟବସାୟ କୁ ଦମନ କରିବାକୁ ସ୍ବତନ୍ତ୍ର ଅପରେସନ୍ ଚାଲିଥିବାର ପ୍ରକାଶ କରିଛନ୍ତି ଜଗତସିଂହପୁର ଅବକାରୀ ଅଧିକ୍ଷିକା ଶ୍ରୀମତି ଅନିତା ପ୍ରଧାନ।